ସ୍ୱାସ୍ଥ୍ୟ ପ୍ଲସ୍‌ ବ୍ୟୁରୋ

  • ୟୁନିସେଫ୍‌ ସହଯୋଗିତାରେ ଓଡ଼ିଶାଲାଇଭ୍‌ ଓ ସ୍ୱାସ୍ଥ୍ୟ ପ୍ଲସ୍‌ର ମିଳିତ କୋଭିଡ୍ ସଚେତନତା କ୍ୟାମ୍ପେନ୍
  • ଭିଡିଓ ସିରିଜରେ ଏଥରର ପ୍ରସଙ୍ଗ ‘କୋଭିଡ୍ ସମୟରେ ପିଲାଙ୍କ ଯତ୍ନ’
  • ଶନିବାର ଦିନ ୧୨.୩୦ଟାରେ ଦେଖନ୍ତୁ ଡିଡି ଓଡ଼ିଆରେ
KNB Video Episode Poster_11th june

କୋଭିଡ୍-୧୯ ମହାମାରୀର ଦ୍ଵିତୀୟ ଲହରୀ ସବୁ ବୟସର ବ୍ୟକ୍ତି ବିଶେଷଙ୍କୁ ପ୍ରଭାବିତ କରିଛି। ତେବେ ଏଥିରେ ଅଧିକ ପ୍ରଭାବିତ ହୋଇଛନ୍ତି ଛୋଟ ପିଲା। ଛୋଟ ପିଲାଙ୍କ ଉଭୟ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ଉପରେ କୋଭିଡ୍ ମହାମାରୀ ପ୍ରହାର କରିଛି। ଏହାକୁ ଦୃଷ୍ଟିରେ ରଖି ‘କେତେ ନୂଆ ବାଟ ସିଜିନ୍‌ ୨’ ଭିଡିଓ ସିରିଜର ଦ୍ଵିତୀୟ ଅଧ୍ୟାୟରେ ପ୍ରସଙ୍ଗ ରହିଛି ‘କୋଭିଡ୍ ସମୟରେ ପିଲାଙ୍କ ଯତ୍ନ’।

ଜୁନ ୧୨ ତାରିଖ, ଶନିବାର ଦିନ ୧୨ଟା ୩୦ରେ ଡିଡି ଓଡ଼ିଆରେ ଆପଣ ଦେଖିପାରିବେ ‘କେତେ ନୂଆ ବାଟ ସିଜିନ୍‌ ୨’ର ଦ୍ଵିତୀୟ ଭିଡିଓ ସିରିଜ ‘କୋଭିଡ୍ ସମୟରେ ପିଲାଙ୍କ ଯତ୍ନ’। ଏହାଛଡ଼ା ସ୍ୱାସ୍ଥ୍ୟ ପ୍ଲସ୍‌ ଏବଂ ଓଡ଼ିଶାଲାଇଭ୍‌ର ୟୁଟ୍ୟୁବ୍ ଏବଂ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ଚ୍ୟାନେଲଗୁଡ଼ିକରେ ମଧ୍ୟ ଏହାର ପ୍ରସାରଣ କରାଯିବ।

kete nua bata radio episode

ୟୁନିସେଫ୍‌ ସହାୟତାରେ ଓଡ଼ିଶାଲାଇଭ୍‌ ଏବଂ ସ୍ୱାସ୍ଥ୍ୟ ପ୍ଲସ୍‌ର ମିଳିତ ମିଡିଆ କ୍ୟାମ୍ପେନ ‘କେତେ ନୂଆ ବାଟ ସିଜିନ୍‌ ୨’ରେ ରାଜ୍ୟ ସରକାରଙ୍କ ‘ମୋ କଲେଜ’ ଅଭିଯାନ ନଲେଜ ପାର୍ଟନର ଭାବେ ଯୋଡ଼ି ହୋଇଛି। ଭିଡିଓ ସିରିଜର ଦ୍ଵିତୀୟ ଅଧ୍ୟାୟରେ ସାମିଲ ହୋଇଛନ୍ତି ବିଏମସି କମିସନର ସଞ୍ଜୟ ସିଂହ, ୟୁନିସେଫ୍‌ ଓଡ଼ିଶା ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ମୀନା ସୋମ୍, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଷ୍ଟୋରୀଟେଲର ପ୍ରାଚୀତାରା, ମେଡିକାଲ ଇଣ୍ଟର୍ଣ୍ଣ ଡାକ୍ତର ଋତୁପର୍ଣ୍ଣା ଷଡ଼ଙ୍ଗୀ, ସ୍ୱେଚ୍ଛାସେବୀ ଶ୍ରୀୟଙ୍କା କୁଳଦୀପ, ଓଏଲଏସ୍ ଛାତ୍ର ପ୍ରିୟରଞ୍ଜନ ଏବଂ ଦେବାଶିଷ ନାଥ।

କୋଭିଡ୍‌-୧୯ ଭଳି ଏକ ଜଟିଳ ସମୟରେ କିଛି ନୂଆ ସୂଚନା, କିଛି ସାହସ ଓ କିଛି ସକରାତ୍ମକ ବାର୍ତ୍ତା ନେଇ ପ୍ରସ୍ତୁତ ହୋଇଛି ଏହି ଧାରାବାହିକ ‘କେତେ ନୂଆ ବାଟ ସିଜିନ ୨’। ଏଥିରେ ରହିଛି କୋଭିଡ୍‌ ମୁକାବିଲା ସମ୍ପର୍କରେ ନୂଆ ଦିଗ ଓ ତଥ୍ୟ, ଏହି ଲଢ଼େଇରେ ଆଗଧାଡ଼ିରେ ଥିବା ପ୍ରମୁଖ ବ୍ୟକ୍ତିଙ୍କ ସହ ସାକ୍ଷାତକାର, କୋଭିଡ୍‌ ହିରୋଙ୍କ କାହାଣୀ, ସ୍ୱାସ୍ଥ୍ୟ ପରାମର୍ଶ ଓ ଆହୁରି ଅନେକ କିଛି।

ଓଡ଼ିଶାଲାଇଭ୍‌ର ମୁଖ୍ୟ ସମ୍ପାଦକ ନୀଳାମ୍ବର ରଥ ଏହି କାର୍ଯ୍ୟକ୍ରମର ଉପସ୍ଥାପକ ଓ ପ୍ରଯୋଜକ ଅଛନ୍ତି।

ଭିଡିଓ ସିରିଜ ଛଡ଼ା ‘କେତେ ନୂଆ ବାଟ ସିଜିନ ୨’ ଅଭିଯାନ ଅଧୀନରେ ପ୍ରତି ୧୫ ଦିନରେ ଥରେ ବିଭିନ୍ନ ବିଷୟରେ ‘ଓଡ଼ିଶାଲାଇଭ୍’ ଓ ‘ସ୍ୱାସ୍ଥ୍ୟପ୍ଲସ’ର ୟୁଟ୍ୟୁବ୍‌ ଏବଂ ଫେସବୁକରେ ଅଡିଓ ଧାରାବାହିକ ମଧ୍ୟ ପୋଷ୍ଟ କରାଯାଉଛି। ସେହି ଅଡିଓ ସିରିଜ ଓଡ଼ିଶାର ସମସ୍ତ ଆକାଶବାଣୀ କେନ୍ଦ୍ରରେ ଓ ରେଡିଓ ଚକଲେଟ୍ ୧୦୪ ଏଫ୍‌ଏମରେ ପ୍ରସାରିତ ହେଉଛି। ଏହାସହ ଭିଡିଓ ମାଧ୍ୟମରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା, ବିଶିଷ୍ଟ ବ୍ୟକ୍ତିମାନଙ୍କର ସାକ୍ଷାତକାର ମଧ୍ୟ ପ୍ରକାଶ କରାଯାଉଛି।