ଫ୍ୟାଟି ଲିଭର କାହିଁକି ହୁଏ? | Fatty Liver in Odia | Symptoms & Treatment | Dr Swastik Acharya
About this video
ଲିଭର ବା ଯକୃତ ଆମ ଶରୀରର ଏକ ଅବିଚ୍ଛେଦ ଅଙ୍ଗ। ଖାଦ୍ୟ ହଜମ ହେବାଠାରୁ ଆରମ୍ଭ କରି ଖାଦ୍ୟରେ ଥିବା ବିଷାକ୍ତ ପଦାର୍ଥକୁ ବିଶୁଦ୍ଧ କରିବା, ଲିଭରର ମୁଖ୍ୟ କାର୍ଯ୍ୟ। ଏହା ଛଡ଼ା ଆମ ଶରୀରରେ ରକ୍ତ ତିଆରି ହେବାରେ ମଧ୍ୟ ଯକୃତ ସାହାଯ୍ୟ କରିଥାଏ। କୌଣସି କାରଣରୁ ଯକୃତର କୋଷ ଗୁଡ଼ିକରେ ଚର୍ବି ଜମାଟ ବାନ୍ଧିଲେ, ଏହା ସଠିକ୍ ଭାବେ କାର୍ଯ୍ୟ କରିପାରେ ନାହିଁ। ଏହି ସମସ୍ୟା ବା ରୋଗକୁ ଫ୍ୟାଟି ଲିଭର ବୋଲି କୁହାଯାଏ। ଆସନ୍ତୁ ଏ ବିଷୟରେ ଭେଷଜ ରୋଗ ବିଶେଷଜ୍ଞ ଡାକ୍ତର ସ୍ୱସ୍ତିକ ଆଚାର୍ଯ୍ୟ କ’ଣ କହୁଛନ୍ତି, ଜାଣିବା।